🔥 TRENDING IMD Issues Red Alert for Uttarakhand A... APCC Delegation to Inspect SUMP Sites,... Jammu Kashmir Hajj Committee Allocates... Jammu & Kashmir Govt Names Inquiry Off... Jammu & Kashmir Legislative Assembly R... Calangute children raise flag to prote...
28 Sep 2026•
ગુજરાતી मराठी ਪੰਜਾਬੀ বাংলা
ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ଗଲେ ଦୁଇ ଛାତ୍ର
Local

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ଗଲେ ଦୁଇ ଛାତ୍ର

✍️ Reporter: Deepak Mahapatra 🗓 16 Sep 2026, 12:54 PM 👁 46
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ। ବୁଡ଼ି ଗଲେ ଦୁଇ ଛାତ୍ର। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ଘୋଡ଼ାହାଡ଼ ନଦୀରେ ଘଟିଛି ଏହି ଘଟଣା। ମୃତଦେହ ଦୁଇଟିକୁ ଉଦ୍ଧାର କରାଯାଇଛି।

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ। ବୁଡ଼ି ଗଲେ ଦୁଇ ଛାତ୍ର। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ଘୋଡ଼ାହାଡ଼ ନଦୀରେ ଘଟିଛି ଏହି ଘଟଣା। ମୃତକ ଦ୍ୱୟ ହେଉଛନ୍ତି ହିଞ୍ଜିଳିକାଟୁ ପୌରାଞ୍ଚଳ ଗଜପତି ମାର୍ଗ ଅଞ୍ଚଳର ଆଦର୍ଶ ସାହୁ (୧୪) ଓ ଗାୟତ୍ରୀ ନଗରର ପ୍ରୀତମ ସାମେଲି (୧୪)।ମୃତଦେହ ଦୁଇଟିକୁ ଉଦ୍ଧାର କରାଯାଇଛି। ଡାକ୍ତରଖାନାରେ ଉଭୟଙ୍କୁ ମୃତ ଘୋଷଣା କରାଯାଇଛି।
ଉଭୟ ଛାତ୍ର ତାଙ୍କର ସହ ମୂର୍ତ୍ତି ବିସର୍ଜନ ପାଇଁ ଘୋଡ଼ାହାଡ଼ ନଦୀକୁ ଯାଇଥିଲେ। ବିସର୍ଜନ ସମୟରେ ଅସାବଧାନତାବଶତଃ ଉଭୟ ଗଭୀର ପାଣିକୁ ଚାଲିଯାଇ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ନଦୀରୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ ହେଁ, ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକ ଦ୍ୱୟଙ୍କ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।

ପୁଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମାମଲା ରୁଜୁ କରି ତଦନ୍ତ କରୁଛି।

ଅନ୍ୟପକ୍ଷରେ ଦିଗପହଣ୍ଡିର କୋଟିନାଡ଼ ପଞ୍ଚାୟତର ସିଦ୍ଧିଖଣ୍ଡି ଗାଁରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ଯାଇ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।
📲Get App