🔥 TRENDING Mehbooba Mufti Meets Mirwaiz Umar Afte... Kohli, Gill guide India to victory in... Congress May Face SP in First Uttar Pr... Virat Kohli Achieves Another Remarkabl... Virat Kohli contributes with bat as In... Indian cricket team kicks off Asian Ga...
28 Sep 2026•
ગુજરાતી मराठी ਪੰਜਾਬੀ বাংলা
Education

କଟକରେ ସ୍କୁଲ ଛୁଟି

✍️ Reporter: Deepak Mahapatra 🗓 26 Sep 2026, 01:40 PM 👁 32
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି କଟକ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। କଟକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଶୁକ୍ରବାର ଏନେଇ ସମସ୍ତ ବିଇଓ, ପ୍ରଧାନଶିକ୍ଷକ ଓ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖି ଏହି ସୂଚନା ଦେଇଛନ୍ତି।

ଏହି ଚିଠିରେ ଉଲ୍ଲେଖ ରହିଛି ଯେ ଭାରତୀୟ ପାଣିପାଗ ବିଭାଗ (IMD) ଜାରି କରିଥିବା ସତର୍କ ସୂଚନା ଅନୁଯାୟୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ତଥା ଏଥିଯୋଗୁ ଜଳବନ୍ଦୀ ଭଳି ସ୍ଥିତି ଉପୁଜିବାର ସମ୍ଭାବନା ଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ଘରୋଇ ସ୍କୁଲଗୁଡ଼ିକ ବନ୍ଦ ରହିବ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିବା ସହିତ ଘଡ଼ଘଡ଼ି ଓ ବିଜୁଳି ହୋଇପାରେ।
କଟକ ଭଳି ଆସନ୍ତାକାଲି ମାଲକାନଗିରି ଜିଲ୍ଲା ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷାକୁ ଦେଖି ସେଠାକାର ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛନ୍ତି।
📲Get App