🔥 TRENDING India Moves Ahead on Sixth-Generation... Manipur Police Detain KYKL Cadre and S... Manipur Deputy CM Urges Boost for Loca... Manipur Violence Claims Over 60 Lives... Man in Bathinda Takes Own Life After H... Ganga River Erosion Claims 1 km of Lan...
28 Sep 2026•
ગુજરાતી मराठी ਪੰਜਾਬੀ বাংলা
Weather

ପୁଣି ସୃଷ୍ଟି ହେଲା ଲଘୁଚାପ

✍️ Reporter: Deepak Mahapatra 🗓 28 Sep 2026, 01:14 PM 👁 15
Share: 💬 WhatsApp 📘 Facebook 𝕏 Post
ପୁଣି ସୃଷ୍ଟି ହେଲା ଲଘୁଚାପ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୯.୪ କିମି ଉଚ୍ଚତା ଯାଏଁ ବ୍ୟାପିଛି lଲଘୁଚାପଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ଏବଂ ମିଆଁମାରର ସଂଲଗ୍ନ ଇରାଓ୍ୱାଡି ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି ।ଆଗାମୀ ଦୁଇ ଦିନ ମଧ୍ୟରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ।
ଲଘୁଚାପଟି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି l ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ସେନେଇ ପାଣିପାଗ ବିଭାଗ ତରଫରୁ ସ୍ପଷ୍ଟ କରାଯାଇନି ।
📲Get App