🔥 ट्रेंडिंग पटना: दीघा के पास एक व्यक्ति लापता, तल... ବିରୁପା ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ୩... દહેગામ પોલીસે નંબર પ્લેટ વગરની અને કાળ... અરબ સાગરમાં કોસ્ટ ગાર્ડનું સફળ ઓપરેશન:... कौशाम्बी के मोहम्मदपुर गांव में कार मे... અરબ સાગરમાં કોસ્ટ ગાર્ડનું સફળ ઓપરેશન:...
30 सित. 2026•
ગુજરાતી मराठी ਪੰਜਾਬੀ বাংলা
राजनीति

ସୁ-ପୋଷିତ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ- ମୁଖ୍ୟମନ୍ତ୍ରୀ

✍️ रिपोर्टर: Deepak Mahapatra 🗓 30 सित. 2026, 01:08 PM 👁 18
यहाँ देखें: ▶️ YouTube
शेयर करें: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର: ଏକ ସୁ-ପୋଷିତ ଓଡ଼ିଶା ଗଠନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ମହିଳା ଓ ଶିଶୁମାନଙ୍କ ପୋଷଣରେ ଉନ୍ନତି ଆଣିବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଅଙ୍ଗନବାଡି ଓ ସ୍କୁଲ ଜରିଆରେ ଅନେକ ପୋଷଣ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏଥିରେ ଆହୁରି ଉନ୍ନତି ଆଣିବା ପାଇଁ ପୁରା ପରିବାରକୁ ସାମିଲ କରାଯାଉଛି। ପରିବାରର ମହିଳାମାନଙ୍କ ସହିତ ପୁରୁଷମାନଙ୍କୁ ମଧ୍ୟ ଶିଶୁର ପୌଷ୍ଟିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସଂଶ୍ଳିଷ୍ଟ କରାଯାଉଛି। ସଚେତନତା ଓ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ଜରିଆରେ ଆମ ଓଡ଼ିଶାକୁ ନିଶ୍ଚିତ ଭାବରେ ଏକ ସୁ-ପୋଷିତ ଓଡିଶା ଭାବେ ପ୍ରତିଷ୍ଠିତ କରାଯିବ । ଆଜି ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଅଙ୍ଗନବାଡି କେନ୍ଦ୍ରଠାରେ ଆୟୋଜିତ ରାଜ୍ୟ ସ୍ତରୀୟ 'ଆଙ୍ଗନ୍ କା ଉତ୍ସବ' ଏବଂ '୯ମ ରାଷ୍ଟ୍ରୀୟ ପୋଷଣ ମାସ' ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୋଷଣ ମାସ ପାଳନ ଅବସରରେ ରାଜ୍ୟବ୍ୟାପୀ ୪୬ ଲକ୍ଷରୁ ଊର୍ଦ୍ଧ୍ୱ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଛି ଏବଂ ଆଧାର ଯାଞ୍ଚ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ପ୍ରଥମ ସ୍ଥାନ ହାସଲ କରିଛି। ଶିଶୁର ପ୍ରଥମ ୧୦୦୦ ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ, ଶିଶୁଙ୍କ ସୂଚାରୁ ଲାଳନପାଳନରେ ମା’ମାନଙ୍କ ସହ ପିତା ଓ ପରିବାରର ଅନ୍ୟ ସଦସ୍ୟମାନଙ୍କ ସହଭାଗିତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏକ ସୁସ୍ଥ, ସୁନ୍ଦର ଓ ବିକଶିତ ଓଡ଼ିଶା ଗଠନ ପାଇଁ ସମସ୍ତେ ସହଯୋଗର ହାତ ବଢ଼ାଇବାକୁ ସେ ଆହ୍ୱାନ ଦେଇ କହିଥିଲେ ଯେ, ଏକ ସୁପୋଷିତ ଓଡ଼ିଶା ପାଇଁ ସରକାର ପ୍ରତିବଦ୍ଧ।

ମୁଖ୍ୟମନ୍ତ୍ରୀ ତୃଣମୂଳ ସ୍ତରରେ ନିଃସ୍ୱାର୍ଥପର ସେବା ପ୍ରଦାନ କରୁଥିବା ସମସ୍ତ ସ୍ୱାସ୍ଥ୍ୟ କର୍ମୀ ଏବଂ ଅଙ୍ଗନବାଡ଼ି କର୍ମୀ, ଓ ଆଶା କର୍ମୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସମାଜର ଅଧା ଜନସଂଖ୍ୟାଙ୍କ ମଙ୍ଗଳ ବିନା ବିକାଶ ଅସମ୍ଭବ ବୋଲି ସେ କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଙ୍ଗନବାଡି ପିଲାମାନଙ୍କୁ ସ୍କୁଲ କିଟ୍ ବଣ୍ଟନ କରିବା ସହ ସ୍ୱାସ୍ଥ୍ୟକର ଖାଦ୍ୟ ପ୍ରଦର୍ଶନ ପାଇଁ ବାପାମାନଙ୍କୁ ପୁରସ୍କୃତ କରିଥିଲେ। ଏହା ସହ ଅଙ୍ଗନବାଡି କର୍ମୀ, ସହାୟିକା ଓ ଆଶା କର୍ମୀମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି। ମୁଖ୍ୟମନ୍ତ୍ରୀ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ କରି 'ତ୍ରିରଙ୍ଗା ଥାଳି' ଓ ଗରମ ରନ୍ଧା ଖାଦ୍ୟର ଗୁଣବତ୍ତା ଅନୁଧ୍ୟାନ କରିଥିଲେ ଏବଂ ପିଲାମାନଙ୍କୁ ଖାଦ୍ୟ ମଧ୍ୟ ପରଷି ଥିଲେ ।

ଏହି ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଡକ୍ଟର ମୃଣାଳିନୀ ଦର୍ସ୍ୱାଲ, ବିଭାଗୀୟ ନିର୍ଦ୍ଦେଶକା ମୋନିଷା ବାନାର୍ଜୀଙ୍କ ସମେତ ବହୁ ବିଶିଷ୍ଟ ଅତିଥି, ଅଙ୍ଗନବାଡ଼ି କର୍ମୀ, ସହାୟିକା, ଆଶା କର୍ମୀ, ଶିଶୁ ଓ ସେମାନଙ୍କ ଅଭିଭାବକମାନେ ଉପସ୍ଥିତ ଥିଲେ।
📲Get App