🔥 ट्रेंडिंग વડોદરા: તરસાલી-સોમનાથ રોડ પર ડામર પીગળ... जम्मू-कश्मीर के मुख्यमंत्री ने सीईसी क... पश्चिम बंगाल के डॉक्टरों ने पंजीकरण मे... बिहार के नौकर जोड़े के घर में विज़िलेंस... बिहार में गंडक नदी की बांधों में दो जग... खगड़िया, बिहार में स्कूल की सीढ़ी ढहने...
30 सित. 2026•
ગુજરાતી मराठी ਪੰਜਾਬੀ বাংলা
अपराध

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ଅଡ଼ୁଆ ବଢ଼ିଲା, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

✍️ रिपोर्टर: Deepak Mahapatra 🗓 30 सित. 2026, 12:48 PM 👁 19
यहाँ देखें: ▶️ YouTube
शेयर करें: 💬 WhatsApp 📘 Facebook 𝕏 Post
ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଅଡୁଆ ବଢ଼ିଲା। କାରଣ ତାଙ୍କ ଆବେଦନ ଆଜି ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି। ହାଇକୋର୍ଟଙ୍କ ଆଦେଶକୁ କାଏମ ରଖିଛନ୍ତି ସୁପ୍ରିମକୋର୍ଟ।

ସେପ୍ଟେମ୍ବର ୯ ତାରିଖରେ ହାଇକୋର୍ଟ ବିଦ୍ୟାଭାରତୀ ପଣ୍ଡା ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ। ଏହା ବିରୋଧରେ ସେ ସୁପ୍ରିମକୋର୍ଟରେ ସ୍ପେଶାଲ୍ ଲିଭ୍ ପିଟିସନ୍ ଦାଖଲ କରିଥିଲେ।

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନିମ୍ନ ଅଦାଲତରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ସମେତ ମୋଟ ଦୁଇଟି ଆବେଦନ କରିଥିଲେ ବିଦ୍ୟାଭାରତୀ। ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟ ତାଙ୍କ ଆବେଦନ ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ। ଆଉ ସେପ୍ଟେମ୍ବର ୯ ତାରିଖରେ ରାୟ ଶୁଣାଇ ହାଇକୋର୍ଟ ବିଦ୍ୟାଭାରତୀଙ୍କ ଆବେଦନକୁ ଖାରଜ କରିଦେଇଥିଲେ।
୨୦୨୧ ଜୁଲାଇ ୧୧ ତାରିଖ ରାତିରେ ଏସିଏଫ ସୌମ୍ୟରଞ୍ଜନ ଅତି ସନ୍ଦେହଜନକ ଅବସ୍ଥାରେ ପୋଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ତା’ ପରଦିନ ତାଙ୍କର ମୃତ୍ୟୁ ହୋଇଥିଲା। ମାମଲାର ତଦନ୍ତ କରି ପତ୍ନୀ ବିଦ୍ୟାଭାରତୀଙ୍କ ବିରୋଧରେ ଅଗ୍ନି ନିର୍ବାପନରେ ଅବହେଳା ଦଫାରେ ଚାର୍ଜସିଟ ଦାଖଲ କରିବା ସହ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ। ଏହାକୁ ଚ୍ୟାଲେଞ୍ଜ କରି ସୌମ୍ୟରଞ୍ଜନଙ୍କ ପରିବାର ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ମାମଲା ଦାଏର କରିଥିଲେ।

ଉକ୍ତ ଆବେଦନର ଶୁଣାଣି କରି ଏସଡିଜେଏମ କୋର୍ଟ ପାରଳାଖେମୁଣ୍ଡି, ଏହି ୩ ଜଣଙ୍କ ବିରୋଧରେ IPC ର ଦଫା ୩୦୨ (ହତ୍ୟା) ଏବଂ IPC ୧୨୦- ବି (ଅପରାଧିକ ଷଡଯନ୍ତ୍ର ରଚିବା)ରେ ମୋକଦ୍ଦମା ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ବାରମ୍ବାର ସମନ ସତ୍ତ୍ୱେ ହାଜର ନହେବାରୁ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ୨୦୨୩ ମସିହାରେ ଜାମିନ ବିହୀନ ଗିରଫ ପରୱାନା ମଧ୍ୟ ଜାରି ହୋଇଥିଲା। ଯାହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଅଭିଯୁକ୍ତମାନେ ସାମୟିକ ଆଶ୍ୱସ୍ତି ପାଇଥିଲେ। ତେବେ ଗତ ଜୁଲାଇ ମାସରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଥିଲେ। ସେହି ଦିନଠାରୁ ସେ ପାରଳାଖେମୁଣ୍ଡି ଜେଲ୍‌ରେ ଅଛନ୍ତି।
📲Get App