🔥 TRENDING Abhishek Bachchan Credits Shah Rukh Kh... સુરતમાં નવરાત્રી દરમિયાન કાયદો-વ્યવસ્થ... Government urges banks to boost digita... Zabarvan Legends Series 2.0 Set to Kic... Sikkim Partners with Google to Integra... Two Youths Found Shot Dead on Roadside...
07 Oct 2026•
ગુજરાતી मराठी ਪੰਜਾਬੀ বাংলা
Politics

ବ୍ଲକ ପ୍ରତିବାଦରେ ବିଜେଡି ସାମିଲ

✍️ Reporter: Deepak Mahapatra 🗓 07 Oct 2026, 12:46 PM 👁 20
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post

ବିଜେଡି ସୁପ୍ରିମୋ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳର ସାଂସଦମାନେ ଏହି ପଦଯାତ୍ରାରେ ଯୋଗ ଦେବେ । ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା ମାନସ ମଙ୍ଗରାଜ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘INDIA’ ବ୍ଲକର ବିକ୍ଷୋଭ ଜାରି ରହିଛି । ନିର୍ବାଚନ କମିଶନଙ୍କ ଅଫିସ୍‌ ଘେରାଉ ସହିତ ଗଣତନ୍ତ୍ର ବଞ୍ଚାଅ ପଦଯାତ୍ରା ହେଉଥିବାର ସୂଚନା ମିଳିଛି । ଏହା ମଧ୍ୟରେ ‘INDIA’ ବ୍ଲକ ପ୍ରତିବାଦରେ ସାମିଲ ହେଲା ବିଜେଡି ।ବିଜେଡି ସୁପ୍ରିମୋ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳର ସାଂସଦମାନେ ଏହି ପଦଯାତ୍ରାରେ ଯୋଗ ଦେବେ । ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା ମାନସ ମଙ୍ଗରାଜ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏସ୍‌ଆଇଆର ପ୍ରସଙ୍ଗରେ ସିଇସିଙ୍କ ବିବାଦୀୟ ଭୂମିକାକୁ ନେଇ ବିଜେଡି ସୁପ୍ରିମୋ ତଥା ବିରୋଧୀଦଳ ନେତା ଜ୍ଞାନେଶ କୁମାରଙ୍କ ଇସ୍ତଫା ପୂର୍ବରୁ ଦାବି କରିଛନ୍ତି । ଏସ୍‌ଆଇଆର ନାମରେ ଓଡ଼ିଶାରେ ୨୦ ଲକ୍ଷରୁ ଊର୍ଦ୍ଧ୍ବ ଭୋଟରଙ୍କ ସହ ସାରା ଦେଶରେ ୧୩ କୋଟିରୁ ଊର୍ଦ୍ଧ୍ବ ମତଦାତାଙ୍କୁ ବାଦ ଦିଆଯିବା ସନ୍ଦେହ ସୃଷ୍ଟି କରିଥିବାବେଳେ ଧାମନଗରରେ ଘଟିଥିବା ଘଟଣା ଏହାକୁ ଦୃଢ଼ୀଭୂତ କରିଛି ।
ବିଏଲ୍‌ଓଙ୍କ ଅଜ୍ଞାତସାରରେ ଗୋଟିଏ ଅଞ୍ଚଳରୁ ସଂଖ୍ୟାଲଘୁ ସମ୍ପ୍ରଦାୟର ୨୨୭ ଭୋଟ କାଟିଦିଆଯିବା ଏସ୍‌ଆଇଆର୍‌ ଜାଲିଆତିକୁ ସ୍ପଷ୍ଟ କରିଦେଇଛି । କେବଳ ଧାମନଗର ବିଧାନସଭା କ୍ଷେତ୍ରରୁ ହଜାର ହଜାର ଭୋଟରଙ୍କୁ ମତଦାତା ସୂଚୀରୁ ବାଦ ଦିଆଯାଇଛି। ଏହି ସମୟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନ ଅନେକ ଦିଗକୁ ଇଙ୍ଗିତ କରିଛି ।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଆଇଆର୍‌ରେ ଫର୍ମ-୬ ପରିବର୍ତ୍ତନ ନେଇ ନିର୍ବାଚନ କମିଶନଙ୍କ ପୂର୍ବ ନିର୍ଦ୍ଦେଶକୁ ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ ଭାବରେ ଖଣ୍ଡନ କରି ଏପରି ନିର୍ଦ୍ଦେଶ ଦିଆଯାଇ ନଥିବା କହିବା ପରେ ସିଇସି ଜ୍ଞାନେଶ କୁମାର ଭୋଟର ତାଲିକାରେ ଜାଲିଆତିରେ ପ୍ରତ୍ୟକ୍ଷ ସମ୍ପୃକ୍ତ ଥିବା ସ୍ପଷ୍ଟ ହୋଇଛି । ବିଜେଡି ଉଭୟ ଇଣ୍ଡିଆ ମେଣ୍ଟ ଓ ଏନ୍‌ଡିଏ ଠାରୁ ସମଦୂରତ୍ୱ ବଜାୟ ରଖିଛି। ତେବେ ଏକ ଦାୟିତ୍ୱସମ୍ପନ୍ନ ରାଜନୈତିକ ଦଳ ଭାବେ ବିଜେଡି ଆଜି କାର୍ଯ୍ୟକ୍ରମରେ ସାମିଲ ହେବ ବୋଲି ଶ୍ରୀ ମଙ୍ଗରାଜ କହିଛନ୍ତି।
📲Get App