🔥 TRENDING 30 वर्षीय कमलेश का तालाब में डूबकर निध... Abhishek Bachchan Credits Shah Rukh Kh... સુરતમાં નવરાત્રી દરમિયાન કાયદો-વ્યવસ્થ... Government urges banks to boost digita... Zabarvan Legends Series 2.0 Set to Kic... Sikkim Partners with Google to Integra...
07 Oct 2026•
ગુજરાતી मराठी ਪੰਜਾਬੀ বাংলা
Jobs & Career

ରାଜ୍ୟରେ ଆଇଏଏସ୍ ସ୍ତରରେ ଅଦଳବଦଳ; ବଦଳିଲେ ଦୁଇ ଜିଲ୍ଲାର ଜିଲ୍ଲାପାଳ

✍️ Reporter: Deepak Mahapatra 🗓 07 Oct 2026, 12:34 PM 👁 20
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post
ରାଜ୍ୟରେ IAS ସ୍ତରରେ ହେଲା ଅଦଳବଦଳ। ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ ବଦଳିଲେ। CMଙ୍କ ଅତିରିକ୍ତ ସଚିବ ହେଲେ ନବରଙ୍ଗପୁର ଜିଲ୍ଲାପାଳ ମହେଶ୍ୱର ସ୍ୱାଇଁ। ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ହେଲେ GA & PG ଅତିରିକ୍ତ ସଚିବ।ରାଜ୍ୟରେ ଆଇଏଏସ୍‌ (IAS) ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି। ଏହି ପ୍ରକ୍ରିୟାରେ ବଦଳିଛନ୍ତି ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଜିଲ୍ଲାପାଳ।

ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ଡେପୁଟୀ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିବା ୨୦୧୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ଅନନ୍ୟା ଦାସଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେହିପରି ୨୦୨୦ ବ୍ୟାଚ୍‌ର ଆଇଏଏସ୍ ଅଫିସର ମଧୁମିତାଙ୍କୁ ନୂଆପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ମାତୃତ୍ୱ ଛୁଟିରୁ ଫେରିବା ପରେ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଯୋଗ ଦେଇଥିଲେ।
📲Get App