ନଦୀ କୂଳରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ମାଲକାନଗିରି, ୨୪ ଅକ୍ଟୋବର: ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମପିଭି-୬୪/୧୦ ଗ୍ରାମ ନିକଟସ୍ଥ ନଦୀରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହକୁ ବସ୍ତାରେ ଭର୍ତ୍ତି କରି ଦଉଡ଼ିରେ ହାତଗୋଡ଼ ବାନ୍ଧି ନଦୀରେ ଫିଙ୍ଗି ଦିଆଯାଇଥିବାରୁ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି।
ସୂଚନା ଅନୁଯାୟୀ, ନଦୀରେ ଏକ ବସ୍ତା ଭାସୁଥିବା ଦେଖି ସ୍ଥାନୀୟ ଗ୍ରାମବାସୀ କାଲିମେଳା ପୋଲିସକୁ ଖବର ଦେଇଥିଲେ। ଖବର ପାଇ କାଲିମେଳା ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଅଗ୍ନିଶମ ବିଭାଗ କର୍ମଚାରୀ ମୃତଦେହକୁ ଉଦ୍ଧାର କରି ପୋଲିସକୁ ହସ୍ତାନ୍ତର କରିଥିଲେ।
ମୃତ ମହିଳାଙ୍କ ପରିଚୟ ଏଯାଏଁ ଜଣାପଡ଼ିନାହିଁ। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଘଟଣାର ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି। ବ୍ୟବଚ୍ଛେଦ ରିପୋର୍ଟ ଓ ପୋଲିସ ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି।