शिक्षा
ଏହି ଜିଲ୍ଲାରେ ଆଜି ସ୍କୁଲ୍ ଛୁଟି
ସୁନ୍ଦରଗଡ଼ ଜିଲ୍ଲାରେ ଆଜି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ବନ୍ଦ ରହିବ। ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି।
ବାତ୍ୟା ‘ଅର୍ଣ୍ଣବ’ ଯୋଗୁ ପୂରା ଜିଲ୍ଲାରେ ପାଗ ପ୍ରତିକୂଳ ରହିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। କେନ୍ଦ୍ରୀୟ ବିଦ୍ୟାଳୟ (କେଭି), ଜବାହର ନବୋଦୟ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକୁ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷାଧିକାରୀ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।