Local
ଅଧା ରହିଲା ଜଗା ଦର୍ଶନ: ବ୍ୟାରିକେଡ୍ ବାହାରେ ଅସୁସ୍ଥ, ଡାକ୍ତରଖାନାରେ ମୃତ ଘୋଷଣା
ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପୁରୀ ଆସିଥିଲେ। ବ୍ୟାରିକେଡ୍ ବାହାରେ ଅପେକ୍ଷା କରିଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।
ମୃତକଙ୍କ ନାଁ ଦେବରାଜ ସାହୁ। ତାଙ୍କ ଘର ଢେଙ୍କାନାଳ ଜିଲ୍ଲାରେ। ସେ ତାଙ୍କ ବନ୍ଧୁବାନ୍ଧବଙ୍କ ସହିତ ପୁରୀ ଆସିଥିଲେ।
ପୁରୀ ପୁଲିସ ପକ୍ଷରୁ କୁହାଯାଇଛି ଯେ ଢେଙ୍କାନାଳ ଜିଲ୍ଲାର ଦେବରାଜ ସାହୁ ନିଜ ବନ୍ଧୁବାନ୍ଧବଙ୍କ ସହ ଆଜି ସକାଳେ ଶ୍ରୀମନ୍ଦିରକୁ ଦର୍ଶନ ନିମନ୍ତେ ଆସି ବ୍ୟାରିକେଡ୍ ବାହାରେ ଅପେକ୍ଷା କରିଥିବା ସମୟରେ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।
ପୁଲିସ୍ କହିଛି ଯେ ମୃତକଙ୍କ ପରିବାରବର୍ଗଙ୍କ ସହ ଯୋଗାଯୋଗ କରାଯିବା ପରେ ଓ ତାଙ୍କର ଚିକିତ୍ସା ସମ୍ବନ୍ଧୀୟ କାଗଜପତ୍ର ଯାଞ୍ଚରୁ ଜଣାପଡ଼ିଛି ଯେ, ସେ ଗତ ୩ ବର୍ଷ ଧରି ହୃଦ୍ରୋଗରେ ପୀଡ଼ିତ ଥିଲେ। ଏନେଇ ତାଙ୍କର ଚିକିତ୍ସା ଚାଲିଥିଲା।