🔥 TRENDING Three AAP Rebel Leaders Switch to BJP... Three AAP MLAs Switch Allegiance to BJ... Three Assam Workers Assaulted in Benga... Kolkata Fatafat Result to be Released... Jharkhand Women’s Football League to b... Woman Fatally Stabbed in Seraikela, Jh...
02 Nov 2026•
ગુજરાતી मराठी ਪੰਜਾਬੀ বাংলা
Weather

ଭୀଷଣ ବାତ୍ୟାରେ ପରିଣତ ହେଲା 'ମୁରାସୁ'

✍️ Reporter: Deepak Mahapatra 🗓 02 Nov 2026, 12:52 PM 👁 15
Share: 💬 WhatsApp 📘 Facebook 𝕏 Post
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ନାଁ ‘ମୁରାସୁ’ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୨୦ କିମି ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି।
ଭୀଷଣ ବାତ୍ୟା 'ମୁରାସୁ' ଏବେ ଚେନ୍ନାଇ ଠାରୁ ୨୬୦ କିମି, ନେଲୋରଠାରୁ ୨୯୦ କିମି ଓ ମଛଲିପଟନ ଠାରୁ ୩୨୦ କିମି ଦୂରରେ ରହିଛି। ଆଜି ମଧ୍ୟ ରାତ୍ରରୁ ଆସନ୍ତାକାଲି ଭୋର ମଧ୍ୟରେ ଏହା ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଭୀଷଣ ବାତ୍ୟା 'ମୁରାସୁ' ନେଲୋର ଓ ନରସାପୁର ମଧ୍ୟରେ ଥିବା ଓଙ୍ଗୋଲଠାରେ ସ୍ଥଳଭାଗ ଛୁଇଁପାରେ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିମି ରହିପାରେ। ସେହିପରି ଏହି ସମୟରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୧୨୦ କିମି ରହିବାର ସମ୍ଭାବନା ରହିଛି। ବର୍ତ୍ତମାନ ବାତ୍ୟାର କେନ୍ଦ୍ରନିକଟରେ ପବନର ବେଗ ୯୦ ରୁ ୧୦୦ କିମି ରହିଛି।
‘ମୁରାସୁ’ର ପ୍ରଭାବ ଓଡ଼ିଶାରେ ଉପରେ ମଧ୍ୟ ପଡ଼ିବ। ଏହାର ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ବାତ୍ୟା ‘ଅର୍ଣ୍ଣବ’ଠାରୁ କମ୍ ରହିପାରେ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଜି ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅଧିକ ବର୍ଷା ହେବ ୩ ଓ ୪ ତାରିଖରେ। ୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ ୨୦ ସେମି) ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୪ ତାରିଖରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ ୨୦ ସେମି) ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତକାଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଥିଲେ ଯେ ୫ ତାରିଖ ବେଳକୁ ବର୍ଷା କମିଯିବ। କିଛି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
📲Get App