स्थानीय
ଜଳିଗଲା ୪ ବଖରା ଘର, ଗୋଟିଏ ପରିବାରର ୪ ଜୀବନ୍ତ ଦଗ୍ଧ
ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ସେକ୍ ମହଲା ଗାଁରେ ବଡ଼ ଅଘଟଣ। ଗାଁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ୪ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତକଙ୍କ ମଧ୍ୟରେ ଅଛନ୍ତି ୨ ଜଣ ମହିଳା ଓ ୨ ଜଣ ଶିଶୁ। ସମସ୍ତେ ଗୋଟିଏ ପରିବାରର।
ନିଆଁ କେମିତି ଲାଗିଲା, ତାହା ଜଣାପଡ଼ିନାହିଁ। ବାଲିଚନ୍ଦ୍ରପୁର ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ନିଆଁ କେମିତି ଲାଗିଲା, ତାହା ଜଣାପଡ଼ିନାହିଁ। ବାଲିଚନ୍ଦ୍ରପୁର ଥାନା ପୁଲିସ ଘଟଣାର ତଦନ୍ତ କରୁଛି।