🔥 TRENDING Madhya Pradesh to See Warm Mawthe Afte... जोरदाग में छठ पूजा पर श्रद्धालुओं को श... ୧୩୨୬୭କୋଟି ଟଙ୍କାର ୟୁସି ଦେଇପାରୁନି ପଂଚାୟତ... ಕುಣಿಗಲ್‌ನಲ್ಲಿ ತಂದೆ ಕಬ್ಬಿಣದ ಸಲಾಕೆಯಿಂದ 1... गुर्जर समाज के सबसे पुराने हेड टीसी रा... ଆବାସ’ ବଂଟନର ଶୁଭାରମ୍ଭ, ଆଉ ଲକ୍ଷେ ଘର ମଞ୍ଜ...
16 Nov 2026•
ગુજરાતી मराठी ਪੰਜਾਬੀ বাংলা
Weather

ଗଭୀର ଅବପାତରେ ପରିଣତ ହେଲା ଅବପାତ; ସନ୍ଧ୍ୟା ସୁଦ୍ଧା ନେବ ବାତ୍ୟାର ରୂପ

✍️ Reporter: Deepak Mahapatra 🗓 16 Nov 2026, 11:22 AM 👁 17
Share: 💬 WhatsApp 📘 Facebook 𝕏 Post
ବଙ୍ଗୋପସାଗରରେ ସୃଷ୍ଟି ଅବପାତଟି ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟା ପ୍ରତି ୮କିମି ବେଗରେ ଆଗକୁ ବଢୁଛି ଗଭୀର ଅବପାତ । ଏହା ବିଶାଖାପାଟନମ ଠାରୁ ୮୨୦କିମି ଓ ଗୋପାଳପୁର ଠାରୁ ୯୪୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।
ଆସନ୍ତା ଦୁଇ ଦିନ ଧରି ଏହା ଆହୁରି ଘନୀଭୂତ ହେବ। ୧୯ ତାରିଖ ରାତି ସୁଦ୍ଧା ଏହା ଅତି ଭୀଷଣ ବାତ୍ୟା ଭାବେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରଉପକୂଳ ନିକଟତର ହେବା ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଓଡ଼ିଶାରେ ୧୮ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି।
ଏହା ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରୁ ବର୍ଷା ପରିମାଣ ବଢ଼ିବ।
୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୦ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଆହୁରି କିଛି ଜିଲ୍ଲାକୁ ବ୍ୟାପିବାର ସମ୍ଭାବନା ରହିଛି। ୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବଲାଙ୍ଗିର, ସୋନପୁର, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
📲Get App