🔥 TRENDING एक्सीडेंट ଓଡ଼ିଶାମୁହାଁ ବାତ୍ୟା ‘ଅକଭାନ’ : ୨୦ରେ ସ୍ଥଳଭ... ರಾಮಾಯಣ ಚಿತ್ರವು 14 ದಿನಗಳಲ್ಲಿ ಭಾರತ ಮತ್ತು... ಯಶ್ 'ರಾಮಾಯಣ' ಕೇರಳ ಬಾಕ್ಸ್ ಆಫೀಸ್‌ನಲ್ಲಿ ₹... ಗಣೇಶ್-ದೇವಿಕಾ ಭಟ್ ನಟನೆಯ 'ಬೃಂದಾವಿಹಾರಿ' ಅ... ಸೂರಜ್ ಬರ್ಜಾತ್ಯಾ 'ಧುರಂಧರ್' ಚಿತ್ರವನ್ನು ಅ...
19 Nov 2026•
ગુજરાતી मराठी ਪੰਜਾਬੀ বাংলা
Education

ଏହି ଜିଲ୍ଲାରେ ୨୧ ପର୍ଯ୍ୟନ୍ତ ସ୍କୁଲ ଛୁଟି

✍️ Reporter: Deepak Mahapatra 🗓 19 Nov 2026, 11:17 AM 👁 17
Share: 💬 WhatsApp 📘 Facebook 𝕏 Post
ବାତ୍ୟା ‘ଅକୱନ’କୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲାରେ ସ୍କୁଲଗୁଡ଼ିକୁ ୩ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି। ଗଜପତି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଏନେଇ ଏକ ଚିଠି ଜାରି କରିଛନ୍ତି।


ବାତ୍ୟା ‘ଅକୱନ’ ପ୍ରଭାବରେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରିବା ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଥିବା ଚିଠିରେ ଉଲ୍ଲେଖ ରହିଛି।

ଡିଇଓଙ୍କ ନିର୍ଦ୍ଦେଶ ପ୍ରକାରେ ଆସନ୍ତାକାଲି (ନଭେମ୍ବର ୧୯) ଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ଶିଶୁ ବାଟିକାଠାରୁ ଆରମ୍ଭ କରି ଯୁକ୍ତ ଦୁଇ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ବନ୍ଦ ରହିବ। ଜିଲ୍ଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହର ନବୋଦୟ ବିଦ୍ୟାଳୟଗୁଡ଼ିକୁ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

କେଉଁ ଜିଲ୍ଲାକୁ କେଉଁ ୱାର୍ଣ୍ଣିଂ

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ସ୍ଥାନରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
📲Get App