🔥 TRENDING Bihar's Kacchi Dargah‑Bidupur Bridge N... Congress Sweeps Kekri’s Savar Panchaya... Congress Leads in Jaipur Panchayat Ele... Karnataka Extends Deadline for NEET PG... Supreme Court Dismisses Tamil Nadu's R... MP Amritpal Singh released from Debrug...
20 Nov 2026•
ગુજરાતી मराठी ਪੰਜਾਬੀ বাংলা
Weather

ଆଜି ସ୍ଥଳଭାଗ ଛୁଇଁବ ବାତ୍ୟା ‘ଅକଭାନ’; ଆଶ୍ରୟସ୍ଥଳରେ ସୁରକ୍ଷିତ ଅଛନ୍ତି ଓଡ଼ିଶାର ୩ ଲକ୍ଷ ଲୋକ

✍️ Reporter: Deepak Mahapatra 🗓 20 Nov 2026, 02:19 PM 👁 37
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅକଭାନ’ ଏବେ ସ୍ଥଳଭାଗ ଆଡ଼କୁ ଦ୍ରୁତଗତିରେ ମାଡ଼ି ଆସୁଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ଏହା ପୁରୀ ଏବଂ ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ୍ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ପ୍ରାୟ ୩ ଲକ୍ଷ ଲୋକଙ୍କୁ ସୁରକ୍ଷିତ ଭାବେ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି।

ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ମୁତାବକ, ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନ ବହିବାର ଆଶଙ୍କା ରହିଛି। ଏଥିସହ ଉପକୂଳବର୍ତ୍ତୀ ତଳିଆ ଅଞ୍ଚଳଗୁଡ଼ିକ ଜଳମଗ୍ନ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି।

ଅନ୍ୟପକ୍ଷରେ, ପର୍ଯ୍ୟଟକ ଓ ସାଧାରଣ ଜନତାଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ (SRC) କାର୍ଯ୍ୟାଳୟ ପକ୍ଷରୁ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଏକ ଜରୁରୀ ପତ୍ର ପ୍ରେରଣ କରାଯାଇଛି। ପର୍ଯ୍ୟଟକ, ପର୍ଯ୍ୟଟନ କର୍ମଚାରୀ ଏବଂ ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଜିଲ୍ଲାପାଳ, ପୁଲିସ ଏବଂ ସ୍ଥାନୀୟ ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ସମସ୍ତ ପର୍ଯ୍ୟଟନ କର୍ତ୍ତୃପକ୍ଷ, ଟୁର୍ ଅପରେଟର, ହୋଟେଲ ଓ ରିସର୍ଟଗୁଡ଼ିକୁ ଜାରି ହୋଇଥିବା କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି।
📲Get App