शिक्षा
ଏହି ଜିଲ୍ଲାରେ ଆସନ୍ତାକାଲି ବି ସ୍କୁଲ,କଲେଜ ଛୁଟି; କୋଚିଂ ଓ ଟ୍ୟୁସନ୍ ସେଣ୍ଟର ବନ୍ଦ ରହିବ
ବାତ୍ୟା ଅକୱାନ ଯୋଗୁ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆସନ୍ତାକାଲି ମଧ୍ୟ ଭଦ୍ରକ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।
ଆସନ୍ତାକାଲି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଡିଗ୍ରୀ କଲେଜ୍, ଘରୋଇ ଶିକ୍ଷାନୁଷ୍ଠାନ, କୋଚିଂ ଓ ଟ୍ୟୁସନ୍ ସେଣ୍ଟର, କେନ୍ଦ୍ରୀୟ ବିଦ୍ୟାଳୟ (KV), ଜବାହର ନବୋଦୟ ବିଦ୍ୟାଳୟ (JNV) ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV)ଗୁଡ଼ିକ ବନ୍ଦ ରହିବ।
ଭଦ୍ରକ ଜିଲ୍ଲାକୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ ସହିତ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଜପତି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବାତ୍ୟାଟି ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ଆଜି ରାତି ସୁଦ୍ଧା ଆହୁରି ଦୁର୍ବଳ ହୋଇ ଲଘୁଚାପର ରୂପ ନେବ ବୋଲି ଜଣାପଡ଼ିଛି।