🔥 ट्रेंडिंग ಬಸವಣ್ಣನವರ ಕುರಿತು ಅವಹೇಳನಕಾರಿ ಹೇಳಿಕೆ - ರ... ఇచ్చోడ:రూ.7 కోట్లతో విద్యా సంస్థల అభివ... અમરેલી સિવિલ હોસ્પિટલમાં બાપા સીતારામ... साप्ताहिक समीक्षा बैठक में जिला कलेक्ट... வேலூர் புதிய பேருந்து நிலையத்தில் போக்... पंजाब कांग्रेस ने 2027 चुनाव से पहले प...
23 नव. 2026•
ગુજરાતી मराठी ਪੰਜਾਬੀ বাংলা
राजनीति

ନବୀନ, ପାଣ୍ଡିଆନଙ୍କ ବିଦେଶ ଗସ୍ତର ତଦନ୍ତ ନିର୍ଦ୍ଦେଶ

✍️ रिपोर्टर: Deepak Mahapatra 🗓 23 नव. 2026, 03:01 PM 👁 18
शेयर करें: 💬 WhatsApp 📘 Facebook 𝕏 Post
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତର ହେବ ତଦନ୍ତ। ଅବସରପ୍ରାପ୍ତ IAS ଅଧିକାରୀ ଭି.କେ. ପାଣ୍ଡିଆନ ଓ IPS ଅଫିସର ରବିକାନ୍ତଙ୍କ ବିଦେଶ ଗସ୍ତର ବି ହେବ ତଦନ୍ତ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଇଛନ୍ତି ତଦନ୍ତ ନିର୍ଦ୍ଦେଶ। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଏହାର ତଦନ୍ତ କରିବେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ ଉଲ୍ଲେଖ କରାଯାଇଛି, ୨୦୨୨-୨୩ ଓ ୨୦୨୩-୨୪ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅବସରପ୍ରାପ୍ତ IAS ଅଧିକାରୀ ଭି.କେ. ପାଣ୍ଡିଆନ୍ ଏବଂ IPS ରବିକାନ୍ତଙ୍କ ବିଦେଶ ଗସ୍ତ ସମ୍ପର୍କରେ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଏହାର ତଦନ୍ତ କରିବେ।

ସୂଚନାଯୋଗ୍ୟ ଯେ, ବିଭିନ୍ନ ସାମାଜିକ କର୍ମୀଙ୍କ ଅଭିଯୋଗ ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ଅବସରପ୍ରାପ୍ତ IAS ଅଧିକାରୀ ଶ୍ରୀ ପାଣ୍ଡିଆନ ଏବଂ IPS ଶ୍ରୀ ରବିକାନ୍ତ ୨୦୨୨-୨୩ ଏବଂ ୨୦୨୩-୨୪ରେ ଅନେକ ଥର ବିଦେଶ ଗସ୍ତ କରିଛନ୍ତି । ବିଭିନ୍ନ RTI ପ୍ରଶ୍ନରୁ ମିଳିଥିବା ତଥ୍ୟ ଅନୁଯାୟୀ ସେମାନଙ୍କ ଜାପାନ ଓ ଇଟାଲୀ ଗସ୍ତର ଖର୍ଚ୍ଚ ବିବରଣୀ ସନ୍ଦେହ ଜନକ, ଅସ୍ୱଚ୍ଛ ଓ ଅସମ୍ପୂର୍ଣ୍ଣ ବୋଲି ସାମାଜିକ କର୍ମୀମାନେ ଅଭିଯୋଗ କରିଛନ୍ତି । ଏହି ଗସ୍ତ ତଥ୍ୟକୁ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଗୁପ୍ତ ରଖାଯାଇଛି, ତେଣୁ ତଥ୍ୟ ଗୁଡ଼ିକର ତାଳ-ମେଳ ରହୁନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି ।
ଏହିସବୁ ଅଭିଯୋଗ ଦୃଷ୍ଟିରୁ ଏହାର ତଦନ୍ତ କରାଯାଇ ପ୍ରକୃତ ସତ୍ୟ ପଦାକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
📲Get App