Education
ଆଉ ଦୁଇ ଜିଲ୍ଲାରେ ସ୍କୁଲ ଛୁଟି; ଗୋଟିଏରେ ୨୪ ଓ ଅନ୍ୟଟିରେ ୨୫ ଯାଏ
ଲଘୁଚାପ ପରବର୍ତ୍ତୀ ଅବପାତ ତଥା ସମ୍ଭାବ୍ୟ ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ିଗୁଡ଼ିକୁ ୩ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାରେ ଆସନ୍ତାକାଲିଠୁ ୨୫ ତାରିଖ ଯାଏ ଅଙ୍ଗନବାଡ଼ି ସହିତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ୍ ବନ୍ଦ ରହିବ। ତେବେ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ। ସେହିପରି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାରେ ୨ ଦିନ ପାଇଁ ଅଙ୍ଗନବାଡ଼ି କେନ୍ଦ୍ର ଓ ସମସ୍ତ ସ୍କୁଲ୍କୁ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲି ଓ ୨୪ ତାରିଖରେ ଜିଲ୍ଲାରେ ଅଙ୍ଗନବାଡ଼ି ସହିତ ସମସ୍ତର ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ତା’ ସହିତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଦେଶୀ ଡଙ୍ଗା ଯାତାୟାତ ଉପରେ ଲାଗିଛି ରୋକ୍।
ଏହା ପୂର୍ବରୁ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଥିଲା। ଏହି ଦୁଇ ଜିଲ୍ଲାରେ ମଧ୍ୟ ଅଙ୍ଗନବାଡ଼ି କେନ୍ଦ୍ର ସହିତ ଶିଶୁବାଟିକାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ରହିବ। ଗଜପତି ଜିଲ୍ଳାରେ ଆଜି ଓ ଆସନ୍ତାକାଲି ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜଗତସିଂହପୁର ଜିଲ୍ଲାରେ ଆଜି ସମସ୍ତ ସ୍କୁଲ ଛୁଟି ରହିଛି। ଗଞ୍ଜାମ ଜିଲ୍ଲା ସମସ୍ତ ଡିଗ୍ରୀ କଲେଜ, ବୈଷୟିକ ଅନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି। ଆଜିଠାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ତଥା କିଛି ସ୍ଥାନରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଛାଡ଼ି ବାକି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରାୟଗଡ଼ା, ଗଜପତି, ଗଗଞ୍ଜାମ, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଛାଡ଼ି ବାକି ସମସ୍ତ ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଉ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।