स्वास्थ्य
କ୍ରିକେଟ୍ ଖେଳୁଥିବା ବେଳେ ଆରଆଇଙ୍କ ମୃତ୍ୟୁ
କ୍ରିକେଟ ଖେଳୁଥିବା ବେଳେ ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କ ମୃତ୍ୟୁ। ତାଙ୍କ ନାଁ ପି. ରାଜେଶ କୁମାର। ତାଙ୍କ ଘର ରାୟଗଡ଼ା ସହରରେ। ସେ ବିଷମକଟକ ତହସିଲ କାର୍ଯ୍ୟାଳୟରେ ରାଜସ୍ୱ ନିରୀକ୍ଷକ (ଆରଆଇ) ଥିଲେ।ପି. ରାଜେଶ କୁମାର ଆଜି ଆଇସିଆର ଖେଳ ପଡ଼ିଆରେ ସାଙ୍ଗମାନଙ୍କ ସହ କ୍ରିକେଟ ଖେଳୁଥିବା ବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ସାଥୀ ଖେଳାଳିମାନେ ତାଙ୍କୁ ତୁରନ୍ତ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ହୃଦ୍ଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତେବେ ଏହି ଘଟଣା ନେଇ ଡାକ୍ତର କିମ୍ବା ତାଙ୍କ ପରିବାର ଲୋକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ହୃଦ୍ଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତେବେ ଏହି ଘଟଣା ନେଇ ଡାକ୍ତର କିମ୍ବା ତାଙ୍କ ପରିବାର ଲୋକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।