🔥 TRENDING Former ISRO Scientist Launches Free Ed... बोकारो: नशे के लिए पैसे न देने पर बुजु... National Health Mission to Build New H... 'Prema Dhoorali' Crosses ₹125 Crore Ma... દાહોદમાં યોગ શિબિર: વિદ્યાર્થીઓ અને શિ... Karnataka Forest Doctors Team Visits C...
24 Oct 2026•
ગુજરાતી मराठी ਪੰਜਾਬੀ বাংলা
Weather

ବାତ୍ୟା ପାଇଁ ବଡ଼ ପ୍ରସ୍ତୁତି; ‘ଜିରୋ କାଜୁଆଲିଟି’ ଲକ୍ଷ୍ୟରେ ସରକାର; ୨୮ ଓ ୨୯ରେ ପ୍ରଭାବିତ ଜିଲ୍ଲାରେ ସ୍କୁଲ୍ ଛୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

✍️ Reporter: Deepak Mahapatra 🗓 24 Oct 2026, 02:49 PM 👁 13
Share: 💬 WhatsApp 📘 Facebook 𝕏 Post
ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି। ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଥିବା ସେ କହିଛନ୍ତି। ଏଥିସହ ଦକ୍ଷିଣ ଓଡ଼ିଶାରେ ବାତ୍ୟାର ପ୍ରଭାବ ଅଧିକ ରହିପାରେ। ଏହାସହ ଉପକୂଳ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସଜାଗ ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ବାତ୍ୟା ମୁକାବିଲାରେ ‘ଜିରୋ କାଜୁଆଲିଟି’ ବା ଶୂନ୍ୟ ଜୀବନହାନି ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ଏଥିପାଇଁ ସମସ୍ତ ଆବଶ୍ୟକୀୟ ପ୍ରସ୍ତୁତି କରାଯାଉଛି। ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରେ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି।
ବାତ୍ୟା ପ୍ରଭାବକୁ ଦୃଷ୍ଟିରେ ରଖି ଆସନ୍ତା ୨୮ ଓ ୨୯ ତାରିଖରେ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ସ୍କୁଲ୍ ଛୁଟି ରହିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ପରିସ୍ଥିତିର ଗମ୍ଭୀରତାକୁ ଦେଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ପାଣିପାଗର ସ୍ଥିତି ଉପରେ ନଜର ରଖିବା ସହ ଜିଲ୍ଲାସ୍ତରରେ ପ୍ରସ୍ତୁତିକୁ ଅଧିକ ଜୋରଦାର କରାଯାଉଛି। ତେବେ ବାତ୍ୟାର ଗତିପଥ ଓ ପ୍ରଭାବ ସମ୍ପର୍କରେ ପାଣିପାଗ ବିଭାଗର ପରବର୍ତ୍ତୀ ଅପଡେଟ୍ ଉପରେ ସମସ୍ତଙ୍କ ନଜର ରହିଛି।
📲Get App