Education
ଆସୁଛି ବାତ୍ୟା ଅର୍ଣ୍ଣବ; ଏହି ଜିଲ୍ଲାରେ ଦୁଇ ଦିନ ସ୍କୁଲ ଛୁଟି
୨୮ ତାରିଖରେ ଆନ୍ଧ୍ର ପ୍ରଦେଶରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଅର୍ଣ୍ଣବ’। ଏହା ଅତି ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଆନ୍ଧ୍ରରେ ଏହା ଲ୍ୟାଣ୍ଡଫଲ କରୁଥିଲେ ସୁଦ୍ଧା ଓଡ଼ିଶା ଉପରେ ପଡ଼ିବ ଏହାର ପ୍ରଭାବ। ଏହାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାପାଳ ୨୭ ଓ ୨୮ ତାରିଖରେ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି। ତେବେ ସମସ୍ତ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ, ଶିକ୍ଷକ ଓ ଅଙ୍ଗନବାଡ଼ି କର୍ମୀ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବଙ୍ଗୋପସାଗରର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଆଜି ସକାଳ ସାଢ଼େ ୫ଟାରେ ବାତ୍ୟାରେ ପରିଣତ ହୋଇଛି, ଯାହାର ନାଁ ଅର୍ଣ୍ଣବ (Arnab)। ଆଜି ମଧ୍ୟରାତ୍ର ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ଏକ ‘ଭୀଷଣ ବାତ୍ୟା’ର ରୂପ ନେଇପାରେ। ଆସନ୍ତାକାଲି ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୮ ତାରିଖରେ ଏହା ଆନ୍ଧ୍ର ପ୍ରଦେଶରେ ସ୍ଥଳଭାଗ ଛୁଇଁବ। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି।
ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବ। ଝଟକା ପବନର ବେଗ ଘଣ୍ଟା ପ୍ରତି ୯୦ କିମି ପର୍ଯ୍ୟନ୍ତ ରହିବ। ୨୮ ତାରିଖ ପୂର୍ବାହ୍ନରେ ବାପଟଲା-ବିଶାଖାପାଟଣା ମଧ୍ୟରେ ଲ୍ୟାଣ୍ଡଫଲ କରିବ ଅର୍ଣ୍ଣବ। ଏହା ୟାନମ ଓ କାକିନାଡ଼ା ପାର୍ଶ୍ୱ ଦେଇ ସ୍ଥଳଭାଗ ଅତିକ୍ରମ କରିବ। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୧୫ରୁ ୧୨୫ କିମି ରହିବ। ଝଟକା ପବନର ବେଗ ଘଣ୍ଟା ପ୍ରତି ୧୪୦ କିମି ପର୍ଯ୍ୟନ୍ତ ଯାଇପାରେ।
ଶ୍ରୀ ମହାପାତ୍ର କହିଛନ୍ତି ଯେ ୨୭ ତାରିଖ ସନ୍ଧ୍ୟା କିମ୍ବା ରାତିରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ଅତି ପ୍ରବଳ ଓ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୯ ବେଳକୁ ଏହା ଗଭୀର ଅବପାତରେ ପରିଣତ ହୋଇ ଛତିଶଗଡ଼ ଅଭିମୁଖେ ଅଗ୍ରସର ହେବ। ୩୦ ତାରିଖ ସକାଳ ବେଳକୁ ଏହାର ପ୍ରଭାବ କମି ଯାଇଥିବ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି (ଅକ୍ଟୋବର ୨୭) ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାକି ଜିଲ୍ଲାଗୁଡ଼ିକର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।