🔥 ट्रेंडिंग ਇੰਸਪੈਕਟਰ ਜਸਵੀਰ ਸਿੰਘ ਪਦਉਨਤ ਬਣੇ ਡੀਐਸਪੀ विकसित भारत बनाने के लिए विकसित बिहार... ਕੱਲ੍ਹ ਨੂੰ ਖੇਡਿਆ ਜਾਵੇਗਾ ਨਿਉਜੀਲੈਡ ਅਤੇ ਭਾ... रायपुर में आयोजित नेशनल कराटे चैंपियनश... *“बीदर डिस्ट्रिक्ट पुलिस, औरद-B पुलिस... पिंपळनेरमध्ये गुटखा तस्करी उघड; ३० लाख...
03 नव. 2026•
ગુજરાતી मराठी ਪੰਜਾਬੀ বাংলা
अपराध

ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା; ଜେଲ୍ ଗଲେ ପତ୍ନୀ ବିଦ୍ୟାଭାରତୀ

✍️ रिपोर्टर: Deepak Mahapatra 🗓 03 नव. 2026, 01:03 PM 👁 18
शेयर करें: 💬 WhatsApp 📘 Facebook 𝕏 Post
ବହୁ ଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ଅନ୍ୟତମ ଅଭିଯୁକ୍ତ ତଥା ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଆଜି ପାରଳାଖେମୁଣ୍ଡି କୋର୍ଟରେ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି। ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେବା ପରେ ସେ ଆତ୍ମସମର୍ପଣ କରିଥିଲେ। ସେ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଜାମିନ ଆବେଦନ କରିଥିଲେ। କିନ୍ତୁ ତାଙ୍କ ଆବେଦନକୁ ଖାରଜ କରି ଦେଇଥିଲେ କୋର୍ଟ। ଏହା ସହିତ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ। ତା’ ପରେ ବିଦ୍ୟାଭାରତୀ ପଣ୍ଡାଙ୍କୁ ପାରଳାଖେମୁଣ୍ଡି ଜେଲ୍‌କୁ ନିଆଯାଇଥିଲା।
ଏହି ମାମଲାରେ ପୂର୍ବରୁ ଅନ୍ୟ ଦୁଇ ଅଭିଯୁକ୍ତ- ତତ୍‌କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ମହାପାତ୍ର ଓ ରୋଷେୟା ଗିରଫ ହୋଇଛଥିବା ବେଳେ ସେମାନେ ମଧ୍ୟ ପାରଳାଖେମୁଣ୍ଡି ଜେଲ୍‌ରେ ଅଛନ୍ତି।
ବିଦ୍ୟାଭାରତୀ ପଣ୍ଡାଙ୍କ ଆଗୁଆ ଜାମିନ ଆବେଦନ ଉପରେ ଶୁକ୍ରବାର ହାଇକୋର୍ଟରେ ଶୁଣାଣି ହୋଇଥିଲା। କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ। ଶନିବାର କୋର୍ଟ ତାଙ୍କ ରାୟ ଦେଇଥିଲେ। କୋର୍ଟଙ୍କ ରାୟ ବିଦ୍ୟାଭାରତୀଙ୍କ ବିପକ୍ଷରେ ଯାଇଥଲା। ତା ପରଠାରୁ ତାଙ୍କ ଗିରଫ ସମ୍ଭାବନା ବୃଦ୍ଧି ପାଇଥିଲା।
ସୁପ୍ରିମକୋର୍ଟରୁ ନିରାଶ ହେବା ପରେ ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ କରିଥିଲେ ବିଦ୍ୟାଭାରତୀ। ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନିମ୍ନ ଅଦାଲତରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ସମେତ ହାଇକୋର୍ଟରେ ମୋଟ ଦୁଇଟି ଆବେଦନ କରିଥିଲେ ବିଦ୍ୟାଭାରତୀ। ସେପ୍ଟେମ୍ବର ୩ ତାରିଖରେ ତାଙ୍କ ଆବେଦନ ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ। ଆଉ ସେପ୍ଟେମ୍ବର ୯ ତାରିଖରେ ରାୟ ଶୁଣାଇ ହାଇକୋର୍ଟ ବିଦ୍ୟାଭାରତୀଙ୍କ ଆବେଦନକୁ ଖାରଜ କରିଦେଇଥିଲେ। ତାଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ କୋର୍ଟ। ଏହା ବିରୋଧରେ ସେ ସୁପ୍ରିମକୋର୍ଟରେ ସ୍ପେଶାଲ୍ ଲିଭ୍ ପିଟିସନ୍ ଦାଖଲ କରିଥିଲେ। କିନ୍ତୁ ସୁପ୍ରିମ୍‌କୋର୍ଟ ତାଙ୍କ ଆବେଦନ ଖାରଜ କରି ଦେଇଥିଲେ।
୨୦୨୧ ଜୁଲାଇ ୧୧ ତାରିଖ ରାତିରେ ଏସିଏଫ ସୌମ୍ୟରଞ୍ଜନ ଅତି ସନ୍ଦେହଜନକ ଅବସ୍ଥାରେ ପୋଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ତା’ ପରଦିନ ତାଙ୍କର ମୃତ୍ୟୁ ହୋଇଥିଲା। ମାମଲାର ତଦନ୍ତ କରି ପତ୍ନୀ ବିଦ୍ୟାଭାରତୀଙ୍କ ବିରୋଧରେ ଅଗ୍ନି ନିର୍ବାପନରେ ଅବହେଳା ଦଫାରେ ଚାର୍ଜସିଟ ଦାଖଲ କରିବା ସହ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ। ଏହାକୁ ଚ୍ୟାଲେଞ୍ଜ କରି ସୌମ୍ୟରଞ୍ଜନଙ୍କ ପରିବାର ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ମାମଲା ଦାଏର କରିଥିଲେ।
ଉକ୍ତ ଆବେଦନର ଶୁଣାଣି କରି ଏସଡିଜେଏମ କୋର୍ଟ ପାରଳାଖେମୁଣ୍ଡି, ଏହି ୩ ଜଣଙ୍କ ବିରୋଧରେ IPC ର ଦଫା ୩୦୨ (ହତ୍ୟା) ଏବଂ IPC ୧୨୦- ବି (ଅପରାଧିକ ଷଡଯନ୍ତ୍ର ରଚିବା)ରେ ମୋକଦ୍ଦମା ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ବାରମ୍ବାର ସମନ ସତ୍ତ୍ୱେ ହାଜର ନହେବାରୁ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ୨୦୨୩ ମସିହାରେ ଜାମିନ ବିହୀନ ଗିରଫ ପରୱାନା ମଧ୍ୟ ଜାରି ହୋଇଥିଲା। ଯାହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଅଭିଯୁକ୍ତମାନେ ସାମୟିକ ଆଶ୍ୱସ୍ତି ପାଇଥିଲେ। ଗତ ଜୁଲାଇ ମାସରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଥିଲେ। ସେହିପରି ଗତ ମାସ ୩୦ ତାରିଖରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତଥା ତତ୍କାଳୀନ ରୋଷେୟା ମନ୍ମଥ କୁମ୍ଭଙ୍କୁ ଗିରଫ କରିଥିଲା ପାରଳାଖେମୁଣ୍ଡି ପୁଲିସ। ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ ଜାରି କରିଥିବା ଜାମିନ ବିହୀନ ଗିରଫ ପରୱାନା ବଳରେ (NBW) ପୁଲିସ ତାଙ୍କୁ ଗିରଫ କରିଥିଲା।
📲Get App