नौकरी
କଣ୍ଟାମାଳ ବିଡିଓ ନିଲମ୍ବିତ
ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କୁ ନିଲମ୍ବିତ କରିଛି । ନିଲମ୍ବନ ଅବଧି ମଧ୍ୟରେ ସେ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟରେ ରହିବେ । ମୁଖ୍ୟାଳୟ ଛାଡି ଅନ୍ୟ କେଉଁଠାକୁ ଯାଇ ପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି l