🔥 TRENDING Child's Body Recovered from Delhi Drai... Young Man Killed in Vidisha Land Dispu... Mahi Dam water drops to 68 MCM; 6,000... Ujjain: Mahamandaleshwar Indradev accu... Minister Dilawar Launches Attack on Co... दीपावली की परंपराओं और सामाजिक संदेशों...
11 Nov 2026•
ગુજરાતી मराठी ਪੰਜਾਬੀ বাংলা
Sarkari Yojana

ମଧୁବାବୁ ପେନସନ ଯୋଜନାରେ ଯୋଡି ହେଲେ ନୂଆ ହିତାଧିକାରୀ , ଉଦଘାଟନ ହେଲା 'ମଧୁବାବୁ ପେନସନ ଯୋଜନା' ସଚେତନତା ରଥ

✍️ Reporter: Deepak Mahapatra 🗓 11 Nov 2026, 01:21 PM 👁 18
Share: 💬 WhatsApp 📘 Facebook 𝕏 Post
ବାଲେଶ୍ୱର : ମଙ୍ଗଳବାର ବାଲେଶ୍ୱରରେ ୫ ଲକ୍ଷ ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଛନ୍ତି ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବ୍ୟବସ୍ଥାକୁ ଅଧିକ ସରଳ, ସ୍ୱଚ୍ଛ ଓ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏକ 'Unified Pension Management Portal' (UPMP) ପୋର୍ଟାଲ ଉନ୍ମୋଚିତ କରିଥିଲେ । ଯୋଗ୍ୟ ବ୍ୟକ୍ତିମାନେ ଏହି ପୋର୍ଟାଲ ଜରିଆରେ କିମ୍ବା ନିକଟସ୍ଥ ଜନସେବା କେନ୍ଦ୍ର ଏବଂ ବିଡିଓ କାର୍ଯ୍ୟାଳୟ ମାଧ୍ୟମରେ ଅନଲାଇନ୍ ଆବେଦନ କରିପାରିବେ।
ଏହି ଅବସରରେ ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ 'ଆଜି ଓଡିଶା ପାଇଁ ଏକ ଐତିହାସିକ ଦିବସ। ଆଜି ଠାରୁ ରାଜ୍ୟର କୌଣସି ଗୁରୁଜନ, ବୟୋଜ୍ୟେଷ୍ଠ, ଦିବ୍ୟାଙ୍ଗଜନ କିମ୍ବା ଅସହାୟ ବ୍ୟକ୍ତି ଆଉ ସରକାରଙ୍କ ସହାୟତାରୁ ବଞ୍ଚିତ ହେବେ ନାହିଁ। ଆଜି ଠାରୁ ମଧୁବାବୁ ପେନସନ ପାଇବା ପାଇଁ ଯୋଗ୍ୟ ବ୍ୟକ୍ତିଙ୍କୁ ଆଉ ଅପେକ୍ଷା କରିବାକୁ ପଡିବ ନାହିଁ। ଅପେକ୍ଷାର ଯୁଗ ଶେଷ ହେଲା ଆପଣମାନଙ୍କ ଅଧିକାରକୁ ସମ୍ମାନ ଦେବାର ଯୁଗ ଆରମ୍ଭ ହେଲା।
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ୫ ଲକ୍ଷ ଅଧିକ ହିତାଧିକାରୀଙ୍କ ପାଇଁ ବର୍ଷକୁ ମାତ୍ର ୬୨୫ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି । ୫୦୦-୬୦୦ କୋଟି ଟଙ୍କା ପାଇଁ ଆମର ଗୁରୁଜନମାନଙ୍କୁ ହନ୍ତସନ୍ତ କରିବା କୌଣସି ଦୃଷ୍ଟିରୁ ଶୋଭନୀୟ ନୁହେଁ ବୋଲି ସେ କହିଥିଲେ । ତେଣୁ, ବୟୋଜ୍ୟେଷ୍ଠଙ୍କ କଲ୍ୟାଣ ପାଇଁ ଏହି ପରିମାଣ ଆମ ସରକାରଙ୍କ ଏକ ସାର୍ଥକ ବିନିଯୋଗ ।
📲Get App