🔥 TRENDING स्कूल के छात्र को आने-जाने का रास्ता... ଝଲସିବ ସିଲଭର ସିଟି; ପ୍ରଥମଥର ଐତିହାସିକ ବାଲ... ଦଶମ ଶ୍ରେଣୀର ଛାତ୍ରଙ୍କୁ ଛୁରୀ ଭୁସିଲା ଅନ୍ୟ... BJP and Akali Dal Form Alliance to Con... BJP and Akali Dal to Announce Punjab A... Zubeen's Wife Declines State Aid Amid...
24 Nov 2026•
ગુજરાતી मराठी ਪੰਜਾਬੀ বাংলা
Politics

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ବିମାନବନ୍ଦରରେ ଭବ୍ୟ ସ୍ୱାଗତ

✍️ Reporter: Deepak Mahapatra 🗓 24 Nov 2026, 02:34 PM 👁 15
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱର: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ରାଜଧାନୀରେ ପହଞ୍ଚିବା ପରେ ବିମାନବନ୍ଦରରେ ତାଙ୍କୁ ରାଜ୍ୟପାଳ ବ୍ରଜ ମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିସନରେଟ୍ ପୁଲିସ। ତାଙ୍କ ସୁରକ୍ଷା ପାଇଁ ୪୮ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏଥିସହ ୬ ଜଣ ଡିସିପି, ୮ ଜଣ ଅତିରିକ୍ତ ଡିସିପି, ୨୭ ଜଣ ଏସିପି, ୫୫ ଜଣ ଇନ୍ସପେକ୍ଟର ଏବଂ ୧୭୦ ଜଣ ଏସ୍‌ଆଇ ଓ ଏଏସ୍‌ଆଇ ନିୟୋଜିତ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ସ୍ବତନ୍ତ୍ର କାର୍‌କେଡ୍‌ କର୍ଡନରେ କଟକର ଐତିହାସିକ ବାଲିଯାତ୍ରାକୁ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଲିଯାତ୍ରାର ଉଦ୍‌ଘାଟନୀ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏସିଆ ମହାଦେଶର ସର୍ବବୃହତ୍‌ ମୁକ୍ତାକାଶ ମେଳାକୁ ଉଦ୍‌ଘାଟନ କରିବେ। ତାଙ୍କ ସହିତ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ ମଧ୍ୟ ସମ୍ମାନିତ ଅତିଥି ଭାବେ ଯୋଗଦେବେ।
📲Get App